News
lipub
samparksetu

ନିଆରା ଢଙ୍ଗରେ ଜନ୍ମଦିନ ପାଳିଲେ ଯୁବ ସମାଜସେବୀ ପ୍ରଶାନ୍ତ

ଜନ୍ମଦିନ ପାଳନ ଏକ ଟ୍ରେଣ୍ଡ ରେ ପରିଣତ ହେଲାଣି । ତାରକା ହୋଟେଲରେ ସାଙ୍ଗସାଥୀଙ୍କ ସହ ଜାକଜମକରେ ଜନ୍ମଦିନର ଖୁସି ମନାଉଛନ୍ତି । ହେଲେ ଏମିତି ହାତଗଣତି କିଛି ବ୍ୟକ୍ତିତ୍ୱ ଅଛନ୍ତି ଯେଉଁମାନେ ଏଭଳି ଚାକଚକ୍ୟଠୁ ଦୂରେଇ ନିଆରା ଢଙ୍ଗରେ ଜନ୍ମଦିନ ପାଳିବାକୁ ପସନ୍ଦ କରିଥାନ୍ତି । ଏମିତି ଏକ ପରିବାର ହେଉଛନ୍ତି ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଳକ ପାଟରପଦା ଗ୍ରାମର ପ୍ରଶାନ୍ତ ବିଶ୍ୱାଳ ।

ପ୍ରଶାନ୍ତ ନିଜ ୨୨ ତମ ଜନ୍ମ ଦିବସ ଅବସରରେ କରୋନା ଲକଡାଉନ ରେ ଅସହାୟ ଏବଂ ବସ୍ତିରେ ରହୁଥିବା କୁନି ପିଲାଙ୍କୁ ଚକଲେଟ କେକ୍ ଖୁଆଇବା ସହ ଦିନଟିଏ ପାଇଁ ହେଉ ପଛେ ଯେପରି ସମସ୍ତେ ପେଟପୁରା ଖାଇପାରିବେ ଏନେଇ ମଧ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ କରିଛନ୍ତି ସେ ।

କାହା ମୁହଁରେ ଯଦି ଚେନାଏ ହସ ଫୁଟାଇ ପାରିବା ତେବେ ଆମ ଜୀବନ ବି ଆନନ୍ଦମୟ ହୋଇଉଠିବ ଏହା ଥିଲା ତାଙ୍କର ଚିନ୍ତାଧାରା ।

new life
You might also like
error: Content is protected !!